Author: ଫକୀରମୋହନ ସେନାପତି

ଡାକ ମୁନ୍‌ସି

ହରି ସିଂହ ସରକାରୀ କର୍ମରେ ବାହାଲ ହେବା ଦିନଠାରୁ ମଫସଲର ସାନ ବଡ଼ ଅନେକ ପୋଷ୍ଟ ଅଫିସ୍‌କୁ ବଦଳି ହୋଇ କର୍ମ ଇଞ୍ଜାମ କରି ଆସିଲେଣି। ଆଜକୁ ଦଶ ବରଷ ହେଲା କଟକ ସଦର ପୋଷ୍ଟଅଫିସ୍‌ରେ ବରାବର ରହି କର୍ମ କରୁଛନ୍ତି। ଭଲରୂପେ କର୍ମ କରିବାରୁ ପ୍ରମୋଶନ...